www.samajalive.in
Saturday, December 6, 2025
19.1 C
Bhubaneswar

ବିଜେଡ଼ିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ବାଲେଶ୍ବର: ବିଜେଡ଼ିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ। ବାଲେଶ୍ବର ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ଘୋଷଣା କଲେ ଜୀବନ ପ୍ରଦୀପ। ଗତକାଲି ଜୀବନ ପ୍ରଦୀପଙ୍କୁ ଦଳରୁ ନିଲମ୍ବନ କରିଥିଲା ବିଜେଡ଼ି। ଆଜି ବିଜେଡ଼ି ପ୍ରାଥମିକ ସଦସ୍ୟ ପଦରୁ ଜୀବନ ପ୍ରଦୀପ ଇସ୍ତଫା ଦେଇଥିବା ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି।
ବିଜେଡ଼ି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ପ୍ରସଙ୍ଗରେ ଜୀବନ ପ୍ରଦୀପ କହିଛନ୍ତି ଯେ ତାଙ୍କ ବିରୋଧରେ ଦଳ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ଦିଆଯାଇନଥିଲା। ତେଣୁ ବିଜେଡ଼ି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି। ଉପନିର୍ବାଚନରେ ଯାହା ଦାୟିତ୍ବ ଦିଆଯାଇଥିଲା କରିଥିଲି।
ଗୁରୁବାର ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସଙ୍କୁ ଗୁରୁବାର ବିଜେଡିରୁ ନିଲମ୍ବିତ କରାଯାଇଥିଲା। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ତାଙ୍କୁ ଦଳରୁ ନିଲମ୍ବିତ କରିଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଥିଲା।
ଜୀବନ ପ୍ରଦୀପ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲେ। ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଅକାଳ ମୃତ୍ୟୁ ଯୋଗୁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଶ୍ରୀ ଦାସ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ। ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ବିଜେଡି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଥିଲା।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories