ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସହାୟତା ଯୋଗାଇଦେବ କେନ୍ଦ୍ର : ରାଜନାଥ

0

ନୂଆଦିଲ୍ଲୀ : ଜାମ୍ମୁ ଓ କାଶ୍ମୀରର କେତେକ ଅଞ୍ଚଳରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ନେଇ ସ୍ୱରାଷ୍ଟ୍ରମନ୍ତ୍ରୀ ରାଜନାଥ ସିଂହ ଜମ୍ମୁ କାଶ୍ମୀର ରାଜ୍ୟପାଳ ଏନ୍‍.ଏନ୍‍. ଭୋରାଙ୍କ ସହ ଆଲୋଚନା କରିଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟକୁ ସମସ୍ତ ପ୍ରକାର ସମ୍ଭାବ୍ୟ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ଲାଗି ଶ୍ରୀ ସିଂହ ପ୍ରତିଶ୍ରୁତି ଦେଇଛନ୍ତି।

prayash

ସେହିପରି ସ୍ୱରାଷ୍ଟ୍ରମନ୍ତ୍ରୀ ରବିବାର ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୱାଲଙ୍କ ସହ ରାଜ୍ୟର ବନ୍ୟା ପରିସ୍ଥିତି ସଂପର୍କରେ ଆଲୋଚନା କରିଛନ୍ତି। ବନ୍ୟା ପରିସ୍ଥିତିର ମୁକାବିଲା ଲାଗି ଆସାମ ଏବଂ ଦେଶର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକୁ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇ ଦେବା ଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

kalyan agarbati
Leave A Reply