www.samajalive.in
Friday, December 12, 2025
14.1 C
Bhubaneswar

ପହଲଗାମ ଆତଙ୍କୀ ଆକ୍ରମଣ, ୨୬ ମୃତ ସୂଚନା

ଡେସ୍କ: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୧୯ ପୁଲଓ୍ଵାମା ଆକ୍ରମଣ ପରେ ଉପତ୍ୟକାରେ ହୋଇଥିବା ସବୁଠାରୁ ଭୟଙ୍କର ଆକ୍ରମଣ ବୋଲି କୁହାଯାଇଛି।

ମଙ୍ଗଳବାର ସକାଳେ ପର୍ଯ୍ୟଟକଙ୍କ ଏକ ଦଳ ବୁଲିବାକୁ ଯାଇଥିବା ବେଳେ ବୈଶରଣରେ ଏହି ଆକ୍ରମଣ ହୋଇଥିଲା।ବୈଶରଣରେ ଏକତ୍ରିତ ହୋଇଥିବା ପର୍ଯ୍ୟଟକମାନେ ଓଡିଶା, କର୍ଣ୍ଣାଟକ, ମହାରାଷ୍ଟ୍ର ଏବଂ ଗୁଜରାଟ ସମେତ ଅନେକ ରାଜ୍ୟରୁ ଆସିଥିଲେ।

- Advertisement -

ନିଷିଦ୍ଧ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଏବାର ଛାୟା ସଂଗଠନ ରେଜିଷ୍ଟାନ୍ସ ଫ୍ରଣ୍ଟ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଥିଲେ ହେଁ ଏହା ନିଶ୍ଚିତ କରୁଥିବା ସରକାରୀ ବିବୃତିକୁ ଅପେକ୍ଷା କରାଯାଇଛି। ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଟେଲିଫୋନ୍ ଯୋଗେ କଥାବାର୍ତ୍ତା କରି ଉପଯୁକ୍ତ ପଦକ୍ଷେପ ନେବାକୁ କହିଛନ୍ତି। ଏହାପରେ ଶ୍ରୀ ଶାହା ଶ୍ରୀନଗରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିବା ମୋଦି ତାଙ୍କ ଗସ୍ତକୁ ବାତିଲ କରି ବୁଧବାର ସକାଳେ ଭାରତରେ ପହଂଚିବେ।

Hot this week

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

Related Articles

Popular Categories