www.samajalive.in
Sunday, December 14, 2025
14.1 C
Bhubaneswar

ଜମ୍ମୁ-କଶ୍ମୀର ଆତଙ୍କୀ ଆକ୍ରମଣ – ହେଲ୍ପଲାଇନ୍ ନମ୍ବର ଜାରି

ଡେସ୍କ: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀଙ୍କ ଆକ୍ରମଣରେ ଅନ୍ୟୁନ ୨୦ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର ପହଲଗାମର ବୈଶରଣ ଜଙ୍ଗଲ ଅଞ୍ଚଳରେ ଏହି ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ଆତଙ୍କବାଦ ବିରୋଧୀ ଅଭିଯାନ ଆରମ୍ଭ ହୋଇଛି। ଜମ୍ମୁ-କଶ୍ମୀରର ଉପଜିଲ୍ଲାପାଳ ମନୋଜ ସିହ୍ନା ଏକ ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି ଯେ ସେନା ଏବଂ ଜମ୍ମୁ-କଶ୍ମୀର ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଲାସୀ ଅଭିଯାନ ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ସରକାର ପର୍ଯ୍ୟଟକଙ୍କ ପାଇଁ ୨୪ ଘଣ୍ଟିଆ ଜରୁରୀକାଳୀନ ହେଲ୍ପ ଡେସ୍କ ସ୍ଥାପନ କରିଛନ୍ତି। ସହାୟତା କିମ୍ବା ସୂଚନା ଆବଶ୍ୟକ କରୁଥିବା ପର୍ଯ୍ୟଟକମାନେ ହେଲ୍ପଲାଇନ୍ ଜରିଆରେ ଯୋଗାଯୋଗ କରି ସୂଚନା ପାଇପାରିବେ।

ଜରୁରୀକାଳୀନ ସହାୟତା ନମ୍ବରଗୁଡିକ ହେଉଛି – ୦୧୯୩୨୨୨୨୩୩୭, ୭୭୮୦୮୮୫୭୫୯, ୯୬୯୭୯୮୨୫୨୭ ଏବଂ ୬୦୦୬୩୬୫୨୪୫।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories