www.samajalive.in
Friday, December 12, 2025
23.1 C
Bhubaneswar

କୋଭିଡ ପରବର୍ତ୍ତୀ ସମୟ ବିଶ୍ୱକୁ ନୂଆ ପରିଚୟ ଦେବ – ପ୍ରଫେସର ଚିନ୍ତାମଣି ମହାପାତ୍ର

କରୋନା ପରବର୍ତ୍ତୀ ସମୟ ସାରା ବିଶ୍ୱ ପାଇଁ ଏକ ନୂଆ ପରିଚୟ ସୃଷ୍ଟି କରିବା ସହ ବିଶ୍ୱବାସୀଙ୍କୁ ନୂତନ ଚିନ୍ତାଧାରା ଓ ପରିବର୍ତ୍ତିତ ଜ୍ଞାନକୌଶଳ ସହ ବଂଚିବା ପାଇଁ ରାସ୍ତା ଦେଖାଇବ ବୋଲି ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ରେକ୍ଟର ପ୍ରଫେସର ଚିନ୍ତାମଣି ମହାପାତ୍ର କହିଛନ୍ତି। କଟକ ଜିଲ୍ଲାର ମାହାଙ୍ଗା ସ୍ଥିତ ଅଗ୍ରଣୀ ଉଚ୍ଚ ଶିକ୍ଷାନୁଷ୍ଠାନ ଜବାହରଲାଲ ନେହେରୁ ମହାବିଦ୍ୟାଳୟର ଇତିହାସ ଓ ରାଜନୀତି ବିଜ୍ଞାନ ବିଭାଗ ଏବଂ ଓଡିଶା ସରକାରଙ୍କ ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ରଣଜିତ ଗୁରୁ ସ୍ମାରକୀ ଆନ୍ତର୍ଜାତିୟ ସମ୍ପାନ କାର୍ଯ୍ୟକ୍ରମରେ ଆଜି ଅନୁଷ୍ଠିତ ଭର୍ଚୁଆଲ୍ ଆଲୋଚନା ଚକ୍ରରେ ଯୋଗଦେଇ ‘ଲାଇଫ ଆପଟର କରୋନା ପାଣ୍ଡେମିକ: ଦ ୱାର୍ଲଡ ଦ୍ୟାଟ ନେଭର ୱାଜ’ ଶୀର୍ଷକରେ କହିଛନ୍ତି ଯେ କରୋନା ମହାମାରୀ ବିକଶିତ ଏବଂ ବିକାଶଶୀଳ ରାଷ୍ଟ୍ର ମଧ୍ୟରେ ରାଜନୈତିକ, କୂଟନୈତିକ ଏବଂ ପାରସ୍ପରିକ ସମ୍ପର୍କରେ ଦୂରତା ସୃଷ୍ଟି କରିଛି। ପ୍ରଫେସର ମହାପାତ୍ର କହିଛନ୍ତି ଯେ କରୋନା ମହାମାରୀ ମଧ୍ୟରେ ଭାରତ ବିଭିନ୍ନ କ୍ଷେତ୍ରରେ ନୂତନ ସୃଷ୍ଟି କରିବା ସହ ସାରା ବିଶ୍ୱକୁ ସହନଶୀଳ ହେବାର ମନ୍ତ୍ର ଦେଇଛି।

ଏହି ୱେବିନାରରେ କାର୍ଡର ନିର୍ଦେଶକ ବିକ୍ରମ କେଶୋରୀ ଜେନା, ସହ ନିର୍ଦେଶକ ଚିନ୍ମୟ କୁମାର ସାହୁ ଓ ଦେଶ ବିଦେଶରୁ ଅନେକ ପ୍ରାଧ୍ୟାପକ, ଅଧ୍ୟାପକ, ଗବେଷକ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପଲ୍ଲବ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ୱେବିନାରରେ ଆବାହକ ପ୍ରଫେସର ଶରତ ଚନ୍ଦ୍ର ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ ଦେଇଥିବା ବେଳେ ଅଧ୍ୟାପିକା ପାୟଲ ଅଗ୍ରୱାଲ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ଅଧ୍ୟାପକ ରୁଦ୍ରନାରାୟଣ ଦାଶ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅଧ୍ୟାପକ ବାଇଧର ଦାସ ଓ ଅଧ୍ୟାପକ ଶୁଭମ ଦାଶ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

Related Articles

Popular Categories