www.samajalive.in
Wednesday, December 10, 2025
23.1 C
Bhubaneswar

‘ଜଗା’କୁ ଛାଡି ଚାଲିଗଲା ‘କାଳିଆ’: କନ୍ଧମାଳ ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ

ଭୁବନେଶ୍ବର: କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କ ମଧ୍ୟରୁ ଶେଷରେ ଚିକିତ୍ସାଧିନ ଅବସ୍ଥାରେ ବୁଧବାର ଏସସିବିରେ କାଳିଆର ମୃତ୍ୟୁ ଘଟିଛି। କାଳିଆର ମୃତ୍ୟୁ ନେଇ କଟକ ଏସସିବିର ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ସେପ୍ଟିସେମିଆରୁ କାଳିଆର ମୃତ୍ୟୁ ଘଟଥିବା ଡାକ୍ତରୀ ଟିମ କହିଛି।

୨୦୧୭ ଜୁଲାଇ ୧୪ ତାରିଖରେ କନ୍ଧମାଳ ଜିଲ୍ଲା ମିଲୁପଡ଼ା ଗାଁର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆଙ୍କୁ ଦିଲ୍ଲୀ ଏମ୍‌ସରେ ଅସ୍ତ୍ରୋପଚାର ପାଇଁ ଭର୍ତ୍ତି କରାଯାଇଥିଲା। ଅପରେଶନ ପାଇଁ ଅଭିଜ୍ଞ ଡାକ୍ତରୀ ଟିମ ଗଠନ କରାଯାଇଥିଲା।  ଜଗା, କାଳିଆର ମଙ୍ଗଳ କାମନା କରି ସାରା ରାଜ୍ୟ ଦୀପା ଜାଳିଥିଲା ।  ଶେଷରେ ପ୍ରାର୍ଥନା ଶୁଣିଥିଲେ ଜଗତର ନାଥ ଜଗନ୍ନାଥ। ୨୦୧୭ରେ ଯୋଡ଼ାମୁଣ୍ଡ ଭାଇଙ୍କର ସଫଳ ଅସ୍ତ୍ରୋପଚାର ହୋଇଥିଲା। ଏହା ବିଶ୍ବର ଅନ୍ୟତମ ବିରଳ ଅସ୍ତ୍ରୋପଚାର ଥିଲା। ଏହାପରେ ଦିଲ୍ଲୀ ଏମ୍ସରେ ଦୀର୍ଘ ଦିନ ରହିବା ପରେ ୨୦୧୯ ସେପ୍ଟେମ୍ବର ୭ ତାରିଖରେ ଓଡ଼ିଶା ଫେରିଥିଲେ ଜଗା- କାଳିଆ। ଏଠାରେ ଏସ୍‌ସିବିରେ ତାଙ୍କର ଚିକିତ୍ସା ପାଇଁ ୧୬ ଜଣିଆ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମଧ୍ୟ ଗଠନ କରାଯାଇଥିଲା। ସେବେଠାରୁ ସେମାନେ ଏସ୍‌ସିବି ଡାକ୍ତର ଖାନାରେ ରହି ଚିକିତ୍ସିତ ହେଉଥିଲେ। ହେଲେ ଆଜି ଜଗାକୁ ଛାଡି କାଳିଆ ବିଦାୟ ନେଇଛି।

- Advertisement -

 

 

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories