www.samajalive.in
Saturday, December 6, 2025
14.1 C
Bhubaneswar

ଭାରତ ଆସିବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସିବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ଚଳତ ମାସ ୨୧ ତାରିଖରେ ବୋରିସ ଦୁଇ ଦିନିଆ ଭାରତ ଗସ୍ତରେ ଅସୁଥିବା ନେଇ ସୂଚନା ମିଳିଛି । ୨୧ ତାରିଖରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଗୁଜରାଟ ଯିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୨୨ ତାରିଖ ଦିନ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ବୋରିସଙ୍କ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ଏହି ଆଲୋଚନା ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବ । ଦେଶରେ ନିଯୁକ୍ତି ସୃଷ୍ଟି, ଆର୍ଥିକ ପ୍ରଗତି, ପ୍ରତିରକ୍ଷା ଓ ସୁରକ୍ଷାକୁ ମୁଖ୍ୟ ଫୋକସ ଦିଆଯିବ ବୋଲି ଶୁଣିବାକୁ ମିଳୁଛି । ବୋରିସଙ୍କ ଏହି ଭାରତ ଗସ୍ତ ଦୁଇ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । ଅନ୍ୟପଟେ ବର୍ତ୍ତମାନ ରୁଷ ଓ ୟୁକ୍ରେନ୍‌ ମଧ୍ୟରେ ଏବେ ବି ଜାରି ରହିଛି ଯୁଦ୍ଧ ।  ଏନେଇ ମଧ୍ୟ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories