ଯାଜପୁର : ଜିଲ୍ଲା ଗ୍ରାମ୍ୟ ଊନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ସୋମବାର ପୂର୍ବାହ୍ନରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ କହିଲେ ଯେ, ଅଭିଯୋଗ ଏବଂ ସମସ୍ୟାର ସମାଧାନ ହେଉଛି ଜିଲ୍ଲା ପ୍ରଶାସନର ଅଂଶ ବିଶେଷ । ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଊଦ୍ଦେଶ୍ୟ ହେଉଛି ଲୋକ ମାନଙ୍କ ସମସ୍ୟା ଗୁଡିକୁ ତ୍ୱରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଚ୍ଥତା ଏବଂ ନ୍ୟାୟକୁ ଉତ୍ସାହିତ କରିବା । ଫଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବା ସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇପାରିବ ବୋଲି ସେ କହିଥିଲେ।
ଏହି ଶିବିରରେ ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସା ସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେ ଏହି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା। ଏହି ଶୁଣାଣିରେ ମୋଟ ୧୪୮ ଗୋଟି ଅଭିଯୋଗ ମଧ୍ୟରୁ ୧୩୯ ଗୋଟି ବ୍ୟକ୍ତିଗତ, ୩୨ ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପାଇଁ ୨୬ ଗୋଟି, ସାମୁହିକ ୦୯ ଗୋଟି ଆବେଦନ ପତ୍ର ମିଳିଥିଲା। ତତ୍କାଳ ୬୪ ଗୋଟି ଆବେଦନର ସମାଧାନ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗର ସମାଧାନ ପାଇଁ ଅଧିକାରୀମାନେ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦିଆଯାଇଛି। ଚଳିତ ମାସ ୧୭ ତାରିଖ ସୋମବାର ଦାନଗଦୀ ବ୍ଳକ, ଅକ୍ଟୋବର ୨୫ ତାରିଖ ମଙ୍ଗଳବାର ସୁକିନ୍ଦା, ଅକ୍ଟୋବର ୩୧ ତାରିଖ ସୋମବାର ରସୁଲପୁର ବ୍ଳକ କାର୍ଯ୍ୟାଳୟ ଠାରେ ଦିବା ୧୦ ଘଟିକା ଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ କହିଛନ୍ତି।
ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର., ଜିଲ୍ଲାଗ୍ରାମ୍ୟ ଊନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଲାପାଳ ଅକ୍ଷୟ କୁମାର ମଲ୍ଲିକ, ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋମା ପୃଷ୍ଟି, ଊପଖଣ୍ଡ ଆରକ୍ଷୀ ଅଧିକ୍ଷକ ସରୋଜ କୁମାର ଊପାଧ୍ୟାୟ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସରୋଜ କୁମାର ଶତପଥୀ, ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।
Comments are closed.