ଭୁବନେଶ୍ୱର: ଭୁବନେଶ୍ୱର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ ୨୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୨୦ଟି ଅଭିଯୋଗ ବ୍ୟକ୍ତିଗତ ଥିବାବେଳେ ୫ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ସମସ୍ତ ଅଭିଯୋଗ ଗୁଡିକୁ ବିଚାରକୁ ନେଇ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲାପାଳ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି । ଜନସାଧାରଣମାନଙ୍କୁ ସେବା ଯୋଗାଇ ଦେବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ ।
ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲାପାଳଚଞ୍ଚଳ ରାଣା, ଭୁବନେଶ୍ୱର ଅତିରିକ୍ତ ଜିଲାପାଳ ରୁଦ୍ର ନାରାୟଣ ମହାନ୍ତି, ଭୁବନେଶ୍ବର ଉପ ଜିଲାପାଳ ନୀତିଶ ତ୍ରିପାଠୀ, ବିଡିଓ ସାଗର ପାଳ, ତହସିଲଦାର ମାନସ ରଞ୍ଜନ ସ୍ୱାଇଁ, ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ତରେଇ,ଅବକାରୀ ଉପ ଅଧିକ୍ଷକ ରାଜ ଶେଖର ସ୍ବାଇଁ,ସାଧାରଣ ଅଭିଯୋଗ ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।



