www.samajalive.in
Sunday, December 14, 2025
17.1 C
Bhubaneswar

ମହିମା ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଜିଲାପାଳ ଦେଲେ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ

ଭୁବନେଶ୍ବର : ଢେଙ୍କାନାଳ ଜିଲା ଯୋରନ୍ଦା ମହିମା ଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ.ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତ ମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ବିଷୟରେ ଆଲୋଚନା କରିଥିଲେ ଏବଂ ୧୫ ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ।

ଏହି ପରାମର୍ଶ ଅନୁସାରେ ଜିଲାପାଳ ଆଜି ୧୧୨କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି। ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି। ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନ ଧାରି ମହିମା ସମାଜ ପୀଠ ପୁନ ନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଆଦି ନିର୍ମାଣ କରାଯିବ। ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରା ସ୍ଥାନର ଆଲୋକି କରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ।

- Advertisement -

ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବ ପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳ ଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ। ସାଧୁ ଓ ଭକ୍ତ ମାନଙ୍କ ପାଇଁ ୨୦୦ ଶୌଚାଳୟ ନିର୍ମାଣ କରାଯିବ। ପୁରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥି ମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟ କରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବା ପାଇଁ ସବୁ ପଦକ୍ଷେପ ନିଆଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories