www.samajalive.in
Monday, December 15, 2025
15.1 C
Bhubaneswar

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗାଁରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଉନ୍ମକ୍ତ ଯୁବକର ଛୁରା ମାଡ଼ରେ ସାମ୍ବାଦିକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି । ଛୁରା ମାଡ଼ର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ କାବୁ କରି ମାଡ଼ ମାରିବା ପରେ ଆକ୍ରମଣକାରୀ ଯୁବକ ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ସାମ୍ବାଦିକ ସୁମିତ କୁମାର ନବରଙ୍ଗପୁରରୁ ନିଜ ଘର ପାପଡାହାଣ୍ଡିକୁ ମୋଟର ସାଇକେଲ ଯୋଗେ ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories