www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଓଡିଶା ଆସୁଛନ୍ତି ଜେ.ପି ନଡ୍ଡା

ଭୁବନେଶ୍ଵର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ୪ଟା ୩୦ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଏକ ସ୍ଵତନ୍ତ୍ର ବିମାନ ଯୋଗେ ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ଏୟାରପୋର୍ଟ ଓ ସେଠାରୁ ଆମ୍ବପୁଆ ଯାଇ ଏକ ସାଧାରଣ ସଭାରେ ଯୋଗଦେବେ । ଦିନକ ତଳେ ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ନବୀନ ସରକାରଙ୍କୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି , ତା ଉପରେ ସମସ୍ତଙ୍କ ନଜର ରହିଛି। ଏହି ସଭା ପରେ ନଡ୍ଡା ସନ୍ଧ୍ୟା ୬ଟା ୪୫ ମିନିଟରେ ବ୍ରହ୍ମପୁର, ଆସ୍କା , ନବରଙ୍ଗପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ରୁ ଆସିଥିବା କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ । ନଡ୍ଡା ବ୍ରହ୍ମପୁରରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ ଆଜି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମନମୋହନ ସ୍କୁଲ ପଡିଆରେ ତାଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories