www.samajalive.in
Friday, December 12, 2025
14.1 C
Bhubaneswar

ଆଜି ଓଡିଶା ଆସୁଛନ୍ତି ଜେ.ପି ନଡ୍ଡା

ଭୁବନେଶ୍ଵର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ସେ ୪ଟା ୩୦ରେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଏକ ସ୍ଵତନ୍ତ୍ର ବିମାନ ଯୋଗେ ବ୍ରହ୍ମପୁରର ରଙ୍ଗେଇଲୁଣ୍ଡା ଏୟାରପୋର୍ଟ ଓ ସେଠାରୁ ଆମ୍ବପୁଆ ଯାଇ ଏକ ସାଧାରଣ ସଭାରେ ଯୋଗଦେବେ । ଦିନକ ତଳେ ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ନବୀନ ସରକାରଙ୍କୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି , ତା ଉପରେ ସମସ୍ତଙ୍କ ନଜର ରହିଛି। ଏହି ସଭା ପରେ ନଡ୍ଡା ସନ୍ଧ୍ୟା ୬ଟା ୪୫ ମିନିଟରେ ବ୍ରହ୍ମପୁର, ଆସ୍କା , ନବରଙ୍ଗପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ରୁ ଆସିଥିବା କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ । ନଡ୍ଡା ବ୍ରହ୍ମପୁରରେ ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଛତିଶଗଡ ମୁଖ୍ୟମନ୍ତ୍ରୀ ମଧ୍ୟ ଆଜି ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମନମୋହନ ସ୍କୁଲ ପଡିଆରେ ତାଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories