www.samajalive.in
Saturday, December 6, 2025
16.1 C
Bhubaneswar

ଏହି ୫ ବର୍ଷ ସମସ୍ତଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ : ଜେ.ପି ନଡ୍ଡା

ଭୁବନେଶ୍ଵର: ଆଜି ଭୁବନେଶ୍ଵରରେ ସଦସ୍ୟତା ଅଭିଯାନ ଏବଂ ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେଇ ନିଜ ବ୍ୟକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି ୨୦୪୭ରେ ଭାରତକୁ ବିକଶିତ କରିବା । ଏଥିପାଇଁ ସମସ୍ତଙ୍କ ଯୋଗଦାନ ଜରୁରୀ ।  ଆମେରିକା, ୟୁରୋପ , ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର ରହିଛି। କିନ୍ତୁ ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି । ମୋଦିଙ୍କ ନେତୃତ୍ଵରେ ଆମେ ଆଜି ବ୍ରିଟେନକୁ ପଛରେ ପକାଇଛୁ । ଭାରତ ଆଜି ବିଶ୍ଵର ପଞ୍ଚମ ଅର୍ଥଶକ୍ତିରେ ପରିଣତ ହୋଇଛି। ମୋଦିଙ୍କ ନେତୃତ୍ଵରେ ଭାରତ ତୃତୀୟ ବୃହତ ଅର୍ଥଶକ୍ତି ହେବାକୁ ଯାଉଛି। ୭୦ ବର୍ଷରୁ ଅଧିକ ୬ କୋଟି ଆୟୁଷ୍ମାନ୍ ଭାରତରେ ସାମିଲ ହେବେ। ଭାରତରେ କେହି କଚ୍ଚା ଘରେ ରହିବେନି, ଆଉ ୩ କୋଟି ଘର ମଞ୍ଜୁର ହୋଇଛି। ତେଣୁ ଏହି ୫ ବର୍ଷ ଆମ ସମସ୍ତଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ବୋଲି କହିଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେଥିପାଇଁ ମୋଦି କହିଛନ୍ତି ୟହି ସମୟ ହେ, ସହି ସମୟ ହେ । ଭୁବନେଶ୍ଵରେ ଆୟୋଜିତ ସଦସ୍ୟତା ଅଭିଯାନ ଏବଂ ବୁଦ୍ଧିଜୀବୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ସୁନୀଲ ବଂଶଲ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତ୍ତା ଏବଂ ବୁଦ୍ଧିଜୀବୀ ସାମିଲ ହୋଇଥିଲେ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories