www.samajalive.in
Monday, December 15, 2025
14.1 C
Bhubaneswar

ଚଳନ୍ତା ଟ୍ରେନ୍‌ରୁ ଖସି ଚାଲିଗଲା ଶିକ୍ଷକଙ୍କ ଜୀବନ

ଝାରସୁଗୁଡା: ଝାରସୁଗୁଡା ରେଳ ଷ୍ଟେସନରେ ଅଘଟଣ। ଆଜି ସକାଳୁ ଚଳନ୍ତା ଟ୍ରେନରେ ଚଢ଼ିବା ବେଳେ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛି। ମୃତକ ଛତିଶଗଡ଼ ରାୟପୁରର ବି.ଶିବଶଙ୍କର (୬୫) ବୋଲି ଜଣାପଡ଼ିଛି। ସେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ନୂଆପାଲିର ଏକ ବିଦ୍ୟାପୀଠରେ ଶିକ୍ଷକ ଭାବେ କାର୍ଯ୍ୟରତ।
ସୂଚନା ଅନୁସାରେ, ଶିବଶଙ୍କର ଆଜି ସକାଳ ସାଢେ ୭ଟା ବେଳେ ଜ୍ଞାନେଶ୍ବରୀ ଏକ୍ସପ୍ରେସରେ ଚଢ଼ିବାକୁ ଯାଉଥିବା ବେଳେ ଟ୍ରେନଟି ଛାଡ଼ି ଦେଇଥିଲା। ଫଳରେ ଶିବଶଙ୍କରଙ୍କର ଗୋଡ଼ ଖସି ଯାଇଥିଲା । ଏବଂ ସେ ତଳକୁ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ହେଲେ ସେତେବେଳକୁ ସେ ଟ୍ରେନ ତଳକୁ ଗଳି ପଡ଼ିଥିଲେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ଜିଆରପି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories