www.samajalive.in
Saturday, December 13, 2025
26.1 C
Bhubaneswar

ଜଳିଗଲା ପାଇପ୍ ଫ୍ୟାକ୍ଟ୍ରି, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ବେହେରାପାଲିରେ ଥିବା ଏକ ପାଇପ୍ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ସକାଳୁ ପାଇପ ଫ୍ୟାକ୍ଟ୍ରିରେ ଥିବା ଅଳିଆ ଗଦାରେ ହଠାତ୍ ନିଆଁ ଲାଗି ଧୂଆଁମୟ ପରିବେଶ ସୃଷ୍ଟି ହୋଇଥିଲା। ପରେ ଏହା ଧୀରେ ଧୀରେ ପୁରା କାରଖାନାକୁ ବ୍ୟାପିଯାଇଥିଲା। ଦୀର୍ଘ ସମୟ ଧରି ନିଆଁ ଲାଗି ରହିବା ଯୋଗୁଁ କାରଖାନାରେ ଅନେକ ଜିନିଷ ପତ୍ର ଜଳିପୋଡି ପାଉଁଶ ହୋଇଯାଇଛି। କିନ୍ତୁ ସୌଭାଗ୍ୟବଶତଃ ଜନଜୀବନ ହାନି ହୋଇନାହିଁ। ନିଆଁ ଲାଗିବା ଦେଖି କିଛି ସ୍ଥାନୀୟ ଲୋକ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ପରେ ଅଗ୍ନିଶମବାହିନୀ କର୍ମଚାରୀ ଏବଂ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ  ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories