www.samajalive.in
Sunday, December 7, 2025
16.1 C
Bhubaneswar

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଡାକ୍ତରଙ୍କ ଅଣଦେଖା; କାମକୁ ଫେରୁନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ମାନୁନାହାଁନ୍ତି ଡାକ୍ତର। ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଇଥିଲେ ସର୍ବୋଚ୍ଚ ଅଦାଲତ। ହେଲେ ସୁପ୍ରିମକୋର୍ଟଙ୍କ ନିର୍ଦେଶକୁ ଅଣଦେଖା କରି ଡାକ୍ତରମାନେ କହିଛନ୍ତି ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବୁ ନାହିଁ। ଘଟଣାରେ ସ୍ୱାସ୍ଥ୍ୟ ସଚିବ ଏବଂ ସ୍ୱାସ୍ଥ୍ୟ ଶିକ୍ଷା ନିର୍ଦ୍ଦେଶକଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରୁଛନ୍ତି ଡାକ୍ତର ସଂଘ। ଏହାସହିତ ଦାବି ପୂରଣ ପାଇଁ ଆଜି ଅପରାହ୍ନରେ କନିଷ୍ଠ ଡାକ୍ତରମାନେ ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟାଳୟରୁ ସ୍ୱାସ୍ଥ୍ୟ ଭବନ ପର୍ଯ୍ୟନ୍ତ ଶୋଭାଯାତ୍ରା କରିବାକୁ ପ୍ରସ୍ତୁତି କରିଛନ୍ତି। ଆନ୍ଦୋଳନରତ ଜଣେ ଡାକ୍ତର କହିଛନ୍ତି ‘ଆମ ଦାବି ଯେପର୍ଯ୍ୟନ୍ତ ପୂରଣ ହୋଇନାହିଁ, ପଡ଼ିତାଙ୍କୁ ନ୍ୟାୟ ମିଳିନାହିଁ, ସେପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ।

 

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories