www.samajalive.in
Monday, December 15, 2025
26.1 C
Bhubaneswar

୨ ଲକ୍ଷ ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲାଞ୍ଚ ନେଇ ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯାଜପୁର ଜିଲା କୁଆଖିଆ ସେକସନର ଜରକା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣା। ତାଙ୍କ ନିକଟରୁ ଭିଜିଲାନ୍ସ ଟିମ ୨ ଲକ୍ଷ ୩ ହଜାର ୯୪୦ ଟଙ୍କା ଜବତ କରିଛି।

ସୂଚନା ଅନୁସାରେ, କନିଷ୍ଠ ଯନ୍ତ୍ରୀ ଭୀମସେନ ଠିକାଦାରଙ୍କଠାରୁ ଲାଞ୍ଚ ନେଇ ନିଜ କାର୍ଯ୍ୟାଳୟରୁ ଜନ୍ମସ୍ଥାନ ଖୋର୍ଦ୍ଧା ଜିଲା ବାଲିଅନ୍ତାର ବେଣ୍ଟପୁରଶାସନକୁ ଫେରୁଥିବା ସମ୍ପର୍କରେ ଭିଜିଲାନ୍ସ ବିଭାଗକୁ ବିଶ୍ଵସ୍ତ ସୂତ୍ରରୁ ସୂଚନା ମିଳିଥିଲା। ତାହାକୁ ଆଧାର କରି ଭିଜିଲାନ୍ସର ଏକ ଟିମ ୧୬ ଜାତୀୟ ରାଜପଥର ଟାଙ୍ଗୀ ଟୋଲ ଗେଟ୍‌ ନିକଟରେ ଭୀମସେନଙ୍କ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲା। ଗାଡ଼ିରୁ ୨ ଲକ୍ଷ ୩ ହଜାର ୯୪୦ ଟଙ୍କା ମିଳିଥିଲା। ଅଧିକାରୀମାନେ ଭୀମସେନଙ୍କୁ ଟଙ୍କାର ଉତ୍ସ ବିଷୟରେ ପଚାରିଥିଲେ। କିନ୍ତୁ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଭିଜିଲାନ୍ସ ଅଧିକାରୀମାନେ ଟଙ୍କା ସହିତ ଗାଡ଼ିକୁ ଜବତ କରିବା ସହିତ ପଚରାଉଚରା  ପାଇଁ ସାଥୀରେ ନେଇଥିଲେ। ଏହା ପରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୀମସେନଙ୍କ ୩ଟି ଠିକଣାରେ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories