www.samajalive.in
Tuesday, December 9, 2025
15.1 C
Bhubaneswar

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ ଗୋଗେଇଙ୍କ ନାମ ସୁପାରିସ

ନୂଆଦିଲୀ: ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ ରଞ୍ଜନ ଗୋଗେଇଙ୍କ ନାମ ସୁପାରିସ କରିଛନ୍ତି ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର। ମଙ୍ଗଳବାର ଦିନ ଜଷ୍ଟିସ ମିଶ୍ର କେନ୍ଦ୍ର ସରକାରଙ୍କୁ ଏନେଇ ଚିଠି ମାଧ୍ୟମରେ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତିଙ୍କ ସୁପାରିସ ଅନୁଯାୟୀ, ରାଷ୍ଟ୍ରପତି ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ରଞ୍ଜନ ଗୋଗେଇଙ୍କୁ ନିଯୁକ୍ତ ଦେବେ।
ସୂଚନାଯୋଗ୍ୟ ଯେ, ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ଆସନ୍ତା ଅକ୍ଟୋବର ମାସ ୨ ତାରିଖରେ ଅବସର ନେବେ। ତେବେ ଦୀର୍ଘଦିନରୁ ଚଳି ଆସୁଥିବା ପରମ୍ପରାକୁ ସମ୍ମାନ ଜଣାଇ ଜଷ୍ଟିସ ମିଶ୍ର ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଗୋଗେଇଙ୍କ ନାମକୁ କେନ୍ଦ୍ର ସରକାରଙ୍କ ପାଖରେ ସୁପାରିସ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories