www.samajalive.in
Saturday, December 13, 2025
23.1 C
Bhubaneswar

ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଦାୟିତ୍ୱ

ଭୁବନେଶ୍ୱର : ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ ସମ୍ପାଦନ କରିବେ । ଏ ସଂକ୍ରାନ୍ତରେ ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ବର୍ତ୍ତମାନ ଜଷ୍ଟିସ ଅରିନ୍ଦମ ସିହ୍ନା ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

ଆଇନ ଓ ନ୍ୟାୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ଜଷ୍ଟିସ୍ ସିହ୍ନାଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ ସମ୍ପାଦନ ପାଇଁ ଦାୟିତ୍ୱ ପ୍ରଦାନ କରାଯାଇଛି। ୧୯.୦୧.୨୦୨୫ରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ଗ୍ରହଣ କରୁଛନ୍ତି। ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ୨୦.୦୧.୨୦୨୫ରୁ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ କରିବେ।

- Advertisement -

ଭାରତ ସମ୍ବିଧାନର ଧାରା ୨୨୩ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ରାଷ୍ଟ୍ରପତି ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ସମ୍ପାଦନ ପାଇଁ ନିଯୁକ୍ତି ପ୍ରଦାନ କରିଛନ୍ତି ବୋଲି କେନ୍ଦ୍ର ସରକାରଙ୍କ ନ୍ୟାୟ ବିଭାଗର ଯୁଗ୍ମ ସଚିବ ଜଗନ୍ନାଥନ ଶ୍ରୀନିବାସନ ସୂଚନା ଦେଇଛନ୍ତି ।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories