www.samajalive.in
Tuesday, December 9, 2025
16.1 C
Bhubaneswar

ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ନିଯୁକ୍ତ

ଭୁବନେଶ୍ୱର- ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ । ଏ ନେଇ କେନ୍ଦ୍ର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ ।

- Advertisement -

ଜଷ୍ଟିସ ସିଂହ ୧୯୬୩, ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟରୁ ଏଲଏଲ.ବି. ଡିଗ୍ରୀ ହାସଲ କରିଥିଲେ । ୧୯୯୦, ଅକ୍ଟୋବର ୩୦ରେ ଓକିଲ ଭାବେ କାର୍ଯ୍ୟ ଆରମ୍ଭ  କରିଥିଲେ ।୧୯୯୮ରେ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ନିଯୁକ୍ତି ପାଇଥିଲେ । ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ,୨୦୧୨, ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟଭାର ତୁଲାଇଥିଲେ । ୨୦୨୩ ମସିହାରେ ପାଟଣା ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

Hot this week

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

Related Articles

Popular Categories