www.samajalive.in
Saturday, December 6, 2025
15.1 C
Bhubaneswar

ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି । ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ ।

୧୯୬୩ ଜାନୁଆରୀ ୨୦ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଜଷ୍ଟିସ ଶରଣ ସିଂ । ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁଆରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ୟ୍ୟ କରିଛନ୍ତି।
୨୦୧୦, ଡିସେମ୍ବରରେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୩ ମସିହାରେ ପାଟନା ଉଚ୍ଚ ନ୍ୟାୟାଳୟର କାର୍ୟ୍ୟକାରୀ ମୁଖ୍ୟବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁଆରୀ ମାସରେ ଅବସର ନେବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories