www.samajalive.in
Sunday, December 14, 2025
26.1 C
Bhubaneswar

ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ : ଜଷ୍ଟିସ୍‌ ଡି ୱାଇ ଚନ୍ଦ୍ରଚୂଡ଼ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ । ରାଷ୍ଟ୍ରପତି ଶ୍ରୀମତୀ ଦୌପ୍ରଦୀ ମୁର୍ମୁ ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତିି । ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି । ନଭେମ୍ବର ୯ରେ ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିବେ ।

ବର୍ତ୍ତମାନର ପ୍ରଧାନ ବିଚାରପତି ୟୁ ୟୁ ଲଳିତ ପୂର୍ବରୁ ତାଙ୍କ ନାମ ଏଥିପାଇଁ ସୁପାରିସ କରିଥିଲେ। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କୁ ନିଜ ଉତ୍ତରାଧିକାରୀ ଭାବେ ପ୍ରଧାନ ବିଚାରପତି ୟୁ ୟୁ ଲଳିତ ବାଛିବା ସହ ଏ ସଂକ୍ରାନ୍ତରେ ଆଇନ ମନ୍ତ୍ରଣାଳୟକୁ ଜଣାଇ ଦେଇଥିଲେ।
ଜଷ୍ଟିସ୍‌ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡ଼ ୨ବର୍ଷ ପାଇଁ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ କରିବେ। ସେ ୨୦୨୪ ନଭେମ୍ବର ୧୦ରେ ଅବସର ନେବେ। ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ ହେଉଛନ୍ତି ପୂର୍ବତନ ପ୍ରଧାନ ବିଚାରପତି ୱାଇ. ଭି ଚନ୍ଦ୍ରଚୂଡ଼ଙ୍କ ପୁଅ । ୱାଇଭି ଚନ୍ଦ୍ରଚୂଡ଼ ୧୯୭୮ ଫେବୃଆରୀ ୨୨ରୁ ଜୁଲାଇ ୧୧, ୧୯୮୫ ପର୍ଯ୍ୟନ୍ତ ପ୍ରଧାନ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories