www.samajalive.in
Monday, December 15, 2025
14.1 C
Bhubaneswar

ଆଜି ଶପଥ ନେବେ ଜଷ୍ଟିସ ଦିନେଶ, ସଞ୍ଜୀବ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ବିଚାରପତି ଭାବେ ଜଷ୍ଟିସ ଦିନେଶ ମାହେଶ୍ବରୀ ଓ ଜଷ୍ଟିସ ସଞ୍ଜୀବ ଖାନ୍ନା ଶୁକ୍ରବାର ପୂର୍ବାହ୍ଣରେ ଶପଥ ଗ୍ରହଣ କରିବେ। ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗଇ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ବୁଧବାର ସେମାନଙ୍କ ନିଯୁକ୍ତି ସମ୍ପର୍କରେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ ଦିଲ୍ଲୀ ହାଇକୋର୍ଟର ପୂର୍ବତନ ବିଚାରପତି କୈଳାସ ଗମ୍ଭୀରଙ୍କ ପ୍ରତିବାଦ ସତ୍ତ୍ବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ଦୁଇ ବିଚାରପତିଙ୍କ ନୂଆ ନିଯୁକ୍ତି ଉପରେ ବୁଧବାର ସନ୍ଧ୍ୟାରେ ମୋହର ଲଗାଇଥିଲେ ।  କର୍ଣ୍ଣାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଦିନେଶ ମାହେଶ୍ବରୀ ଓ ଦିଲ୍ଲୀ ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ପଦୋନ୍ନତିକ୍ରମେ ସୁପ୍ରିମକୋର୍ଟ ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତ କରିଛନ୍ତି। ଜଷ୍ଟିସ ମାହେଶ୍ବରୀ ଓ ଜଷ୍ଟିସ ଖାନ୍ନା ଶପଥ ଗ୍ରହଣ ଦିନଠାରୁ ହିଁ ସେମାନଙ୍କ ନିଯୁକ୍ତି କାର୍ଯ୍ୟକାରୀ ହେବ ବୋଲି ନିଯୁକ୍ତି ପତ୍ରରେ ନିର୍ଦେଶ ରହିଛି। ଜାନୁଆରୀ ୧୧ରେ ପ୍ରଧାନବିଚାରପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୫ଜଣିଆ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏହି ଦୁଇ ଜଣଙ୍କ ନାମ ପଦୋନ୍ନତି ପାଇଁ ସୁପାରିସ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories