www.samajalive.in
Sunday, December 14, 2025
26.1 C
Bhubaneswar

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଭୁବନେଶ୍ଵର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି। କେନ୍ଦ୍ରସରକାରଙ୍କ ମଞ୍ଜୁରୀ ନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିବାବେଳେ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏନେଇ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି।

ସୂଚନାଯୋଗ୍ୟ, ଗତ ଚଳିତ ମାସ ୬ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍ କଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତି ପାଇଁ ସୁପାରିଶ କରିଥିଲେ। ଗତ ଜାନୁଆରୀ ୧୯ରେ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କ ଅବସର ପରେ ଏହି ସୁପାରିଶ କରାଯାଇଥିଲା। ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବରେ କାର୍ଯ୍ୟରତ ଜଷ୍ଟିସ୍ ଅରିନ୍ଦମ ସିହ୍ନାଙ୍କୁ ଗୁରୁବାର କଲେଜିୟମ୍ ଦ୍ୱାରା ଆହ୍ଲାବାଦ ହାଇକୋର୍ଟକୁ ସ୍ଥାନାନ୍ତର ପାଇଁ ସୁପାରିଶ କରାଯାଇଥିବାବେଳେ ଶୁକ୍ରବାର ଜଷ୍ଟିସ୍ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମଳିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories