ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ

କଟକ: ଆଜି ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ । ହାଇକୋର୍ଟ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ହରିବାବୁ  କମ୍ଭମପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ହାଇକୋର୍ଟର ସମସ୍ତ ବିଚାରପତି , ଆଡଭୋକେଟ୍ ଜେନେରାଲ, ବିଭାଗୀୟ ମନ୍ତ୍ରୀ ଏବଂ ସଚିବଙ୍କ ସମେତ ବରିଷ୍ଠ ଆଇନଜୀବୀ , ଅବସରପ୍ରାପ୍ତ ବିଚାରପତି ପ୍ରମୁଖ ଉପସ୍ଥିତ ଥିଲେ। ଜଷ୍ଟିସ୍ ଟଣ୍ଡନ କୋଲକାତା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବରେ କାର୍ଯ୍ୟ କରିଥିଲେ। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ଭାବରେ ନିକଟରେ ନିଯୁକ୍ତ କରିଥିଲେ। ତେବେ ଶପଥ ଗ୍ରହଣ ପୂର୍ବରୁ ଗତକାଲି ସେ ପୁରୀ ଯାଇ ମହାପ୍ରଭୁଙ୍କ ଆର୍ଶୀବାଦ ନେଇଥିଲେ।

Comments are closed.