www.samajalive.in
Saturday, December 6, 2025
23.1 C
Bhubaneswar

ଶପଥ ନେଲେ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ

ଭୁବନେଶ୍ଵର: ଓଡ଼ିଶା ହାଇକୋର୍ଟର ୩୧ ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଶପଥ ଗ୍ରହଣ କରିଛନ୍ତି। ସୋମବାର ଓଡ଼ିଶା ଲୋକସେବା ଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ ରଫିକଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି। ସମାରୋହରେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଓ ବିଚାରପତିଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଜଷ୍ଟିସ ରଫିକ ୨୦୧୯ ନଭେମ୍ବର ୧୩ ତାରିଖରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ସେଠାରେ ସେ ୨୦୦୬ ମସିହା ମେ ୧୫ ତାରିଖରେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୧୯ ଏପ୍ରିଲ ୭ରୁ ମେ ୪ ଏବଂ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ଦୁଇଥର ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories