www.samajalive.in
Saturday, December 6, 2025
26.1 C
Bhubaneswar

ଜଷ୍ଟିସ ରବିଶଙ୍କର ଝା ହେବେ ପଞ୍ଜାବ-ହରିୟାଣା ହାଇକୋର୍ଟ ମୁଖ୍ୟ ବିଚାରପତି

ଚଣ୍ଡୀଗଡ଼: ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ରବିଶଙ୍କର ଝା ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ସୁପାରିସ୍‌ କରିଛି। ପଞ୍ଜାବ-ହରିୟାଣା ହାଇକୋର୍ଟର ମୁଖ୍ୟ ବିଚାରପତି କୃଷ୍ଣ ମୁରାରୀଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତି ମିଳିବା ପରେ ଉକ୍ତ ପଦବୀ ଖାଲି ପଡ଼ିଛି। ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ କୃଷ୍ଣମୁରାରୀଙ୍କ ସହିତ ବିଭିନ୍ନ ହାଇକୋର୍ଟର ୪ ଜଣ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି ଦେଇ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ କରିବାକୁ ସୁପାରିସ୍‌ କରିଛନ୍ତି।

ସେହିପରି ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଅଜୟ ଲାମ୍ବାଙ୍କୁ ଗୁଆହାଟୀ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିବାକୁ ସୁପାରିସ ହୋଇଛି। ଜଷ୍ଟିସ ଲାମ୍ବା ପଞ୍ଜାବ-ହରିୟାଣା ହାଇକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ଥିଲେ। ୨୦୧୧ରେ ଜଷ୍ଟିସ ଲାମ୍ବାଙ୍କୁ ଆଲ୍ଲାହାବାଦ ହାଇକୋର୍ଟକୁ ବଦଳି କରାଯାଇଥିଲା।

Hot this week

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

Related Articles

Popular Categories