www.samajalive.in
Friday, December 12, 2025
14.1 C
Bhubaneswar

୧୧ରେ ଶପଥ ନେବେ ନୂଆ ସିଜେଆଇ ସଞ୍ଜୀବ ଖାନା

ସମାଜ ଡିଜିଟାଲ ଡେସ୍କ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ନଭେମ୍ବର ୧୧ରେ ଶପଥ ଗ୍ରହଣ କରିବେ ସଞ୍ଜୀବ ଖାନା। ସୋମବାର ସକାଳ ୧୦ଟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇବେ। ବର୍ତ୍ତମାନର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ରବିବାର ଶେଷ ହୋଇଛି। ସେ ଅବସର ଗ୍ରହଣ କରିଛନ୍ତି। ନୂତନ ସିଜେଆଇ ସଞ୍ଜୀବ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ୨୦୨୫ ମେ ୧୩ ପର୍ଯ୍ୟନ୍ତ ରହିବ।

ଜଷ୍ଟିସ ଖାନ୍ନା ୨୦୧୯ରୁ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ସେ ଅନେକ ଗୁରୁତ୍ଵପୂର୍ଣ୍ଣ ମାମଲାର ଶୁଣାଣି କରିଛନ୍ତି। ଇଲେକ୍‌ଟ୍ରୋନିକ୍ସ ଭୋଟିଂ ମେସିନ(ଇଭିଏମ)ର ପବିତ୍ରତା ସମ୍ପର୍କିତ ମାମଲାରେ ସେ ଶୁଣାଣି କରିଥିଲେ। ସେହିପରି ଇଲେକଟୋରାଲ ବଣ୍ଡ୍‌ସ ସ୍କିମ୍‌, ଧାରା ୩୭୦ ଉଚ୍ଛେଦ ମାମଲାରେ ବି ସେ ଶୁଣାଣି କରିଥିଲେ। ସେହିପରି ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ବି ଜଷ୍ଟିସ ଖାନ୍ନା ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories