www.samajalive.in
Monday, December 15, 2025
14.1 C
Bhubaneswar

ଆଜି ଶପଥ ନେବେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ସଞ୍ଜୀବ ଖାନ୍ନା ଆଜି ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୂର୍ବାହ୍ଣ ୧୦ଟାରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ଶପଥ ପାଠ କରାଇବେ। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୨୦୨୫ ମେ ୧୩ରେ ଶେଷ ହେବ। ଜଷ୍ଟିସ ଖାନ୍ନା ୨୦୧୯ ଜାନୁଆରୀରୁ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସେ ସୁପ୍ରିମକୋର୍ଟର ବିଭିନ୍ନ ପୀଠର ସଦସ୍ୟ ଭାବେ ଗୁରୁତ୍ବପୂର୍ଣ୍ଣ ନ୍ୟାୟିକ ନିଷ୍ପତ୍ତି ନେଇଛନ୍ତି। ଏହା ମଧ୍ୟରେ ରହିଛି ଇଭିଏମ୍‌ର ବୈଧତା, ଇଲେକ୍ଟୋରାଲ ବଣ୍ଡ ଯୋଜନାକୁ ରଦ୍ଦ କରିବା, ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ, ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ। ଜଷ୍ଟିସ ଖାନ୍ନା ଦିଲ୍ଲୀ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଦେବରାଜ ଖାନ୍ନାଙ୍କ ପୁଅ ଓ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏଚଆର ଖାନ୍ନାଙ୍କ ପୁତୁରା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories