www.samajalive.in
Sunday, December 7, 2025
23.1 C
Bhubaneswar

ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତେବେ ଏହି ଶପଥ ପାଠ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ହୋଇଛନ୍ତି।   ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୨୦୨୫ ମେ ୧୩ରେ ଶେଷ ହେବ। ଜଷ୍ଟିସ ଖାନ୍ନା ୨୦୧୯ ଜାନୁଆରୀରୁ ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସେ ସୁପ୍ରିମକୋର୍ଟର ବିଭିନ୍ନ ପୀଠର ସଦସ୍ୟ ଭାବେ ଗୁରୁତ୍ବପୂର୍ଣ୍ଣ ନ୍ୟାୟିକ ନିଷ୍ପତ୍ତି ନେଇଛନ୍ତି। ଏହା ମଧ୍ୟରେ ରହିଛି ଇଭିଏମ୍‌ର ବୈଧତା, ଇଲେକ୍ଟୋରାଲ ବଣ୍ଡ ଯୋଜନାକୁ ରଦ୍ଦ କରିବା, ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ, ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ ଭଳି ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ। ଜଷ୍ଟିସ ଖାନ୍ନା ଦିଲ୍ଲୀ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଦେବରାଜ ଖାନ୍ନାଙ୍କ ପୁଅ ଓ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏଚଆର ଖାନ୍ନାଙ୍କ ପୁତୁରା।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories