www.samajalive.in
Sunday, December 7, 2025
23.1 C
Bhubaneswar

ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ

ଭୁବନେଶ୍ଵର: ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତିଙ୍କ ନିକଟକୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଏ ନେଇ ସେ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବି। ଜ୍ୟୋତିପ୍ରକାଶଙ୍କୁ ଏଥର ବିଜେଡି ଟିକେଟ୍ ଦେଇନଥିଲା। ସିମୁଳିଆରୁ ଶୁଭାସିନୀ ସାହୁଙ୍କୁ ଦଳ ପ୍ରାର୍ଥୀ କରିଛି। ଯାହାକୁ ନେଇ କିଛି ଦିନ ହେବ ସେ  ଅସନ୍ତୁଷ୍ଟ ଥିଲେ । ପ୍ରତିଫଳନ ସ୍ଵରୂପ ସେ  ବିଜେଡି ଛାଡିଥିବା କଥା ଚର୍ଚ୍ଚା ହେଉଛି। ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର ଦିନ କେଇଁଟା ବାକି ଥିବାବେଳେ ତାପୂର୍ବରୁ ଦଳରୁ ଇସ୍ତଫା ଦେବା ବିଜେଡିକୁ ଝଟକା ଦେଇଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories