www.samajalive.in
Monday, December 15, 2025
14.1 C
Bhubaneswar

ଟ୍ରାକ୍ଟର ଓଲଟି ୯ ମୃତ, ୧୫ ଆହତ

ହାଇଦରାବାଦ : ତେଲଙ୍ଗାନାର ନଲଗୋଣ୍ଡା ଜିଲ୍ଲାରେ ଶୁକ୍ରବାର ଏକ ଟ୍ରାକ୍ଟର ଓଲଟି ୯ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ସ୍ଥାନୀୟଲୋକଙ୍କ ସହାୟତାରେ ପୁଲିସ ମୃତାହତଙ୍କୁ ଉଦ୍ଧାର କରିଛି।
୩୦ ଜଣ ଶ୍ରମିକ ବିଲରେ କାମ କରିବା ପାଇଁ ଟ୍ରାକ୍ଟରରେ ଯାଉଥିବା ବେଳେ ତେଲଙ୍ଗାନାର ବାଦ୍ଧିପାଟଲା ନିକଟରେ ଏକ ନାଳ ମଧ୍ୟକୁ ଟ୍ରାକ୍ଟରଟି ଓଲଟି ପଡିଥିଲା। ସ୍ଥାନୀୟ ଲୋକ ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଘଟଣାସ୍ଥଳରୁ ନଅ ଜଣଙ୍କର ମୃତ ଦେହ ଉଦ୍ଧାର କରାଯାଇଥିଲା। ୧୫ ଜଣ ଆହତଙ୍କୁ ସ୍ଥାନୀୟ ଚିକତ୍ସାଳୟରେ ଭର୍ତ୍ତି କରାଯାଇଛି। କେନାଲରେ ଅଧିକ ପାଣି ଏବଂ ପ୍ରଖର ଜଳ ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟ ପ୍ରଭାବିତ ହୋଇଛି। ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଟ୍ରାକ୍ଟର ଚାଳକ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories