www.samajalive.in
Sunday, December 14, 2025
17.1 C
Bhubaneswar

ଦିଲ୍ଲୀ ମଦ ନୀତି ଦୁର୍ନୀତି – ଏପ୍ରିଲ ୯ ଯାଏଁ ବିଚାର ବିଭାଗୀୟ ହାଜତ ଗଲେ କେ କବିତା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ରୀୟ ସମିତି ନେତ୍ରୀ କେ କବିତାଙ୍କୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ହେପାଜତ ଅବଧି ସରିବା ପରେ ଆଜି ତାଙ୍କୁ ଦିଲ୍ଲୀର ଏକ କୋର୍ଟରେ ହାଜର କରାଯାଇଥିଲା। କବିତାଙ୍କୁ ୧୫ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇବାକୁ ଇଡିର ଆବେଦନ ଉପରେ ବିଚାର କରି ରାଉଜ୍ ଆଭେନ୍ୟୁ କୋର୍ଟର ସ୍ୱତନ୍ତ୍ର ବିଚାରପତି କାବେରୀ ବାଭେଜା ଏହି ନିର୍ଦ୍ଦେଶ ଦେଇଛନ୍ତି। ଇଡିର ଓକିଲ ଅଦାଲତଙ୍କୁ କହିଛନ୍ତି ଯେ କବିତା ଜଣେ ଅତ୍ୟନ୍ତ ପ୍ରଭାବଶାଳୀ ବ୍ୟକ୍ତି ଏବଂ ସେ ମୁକ୍ତ ହେଲେ ସାକ୍ଷୀଙ୍କୁ ପ୍ରଭାବିତ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories