www.samajalive.in
Monday, December 15, 2025
27.1 C
Bhubaneswar

କଖଡି ନୋଡାଲ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଗୁରୁଡିଝାଟିଆ :  କଖଡି ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଦିବସ ତଥା ଶିଶୁ ଦିବସ ପାଳିତ ହୋଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ରଣଜିତ୍ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିଶୁ ଦିବସ ଉତ୍ସବରେ ପ୍ରାକ୍ତନ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କହିଥିଲେ ପ୍ରତ୍ୟେକ ଶିଶୁ ଦେଶର ସଂପଦ। ଶିଶୁଙ୍କ କୋଳମ ଭାବନାକୁ ପଢି ଠିକଣା ଢଙ୍ଗରେ ସେମାନଙ୍କୁ ଆଗକୁ ନେବା ଶିକ୍ଷକ ସମାଜର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି କହିବା ସହ ପଣ୍ଡିତ ନେହେରୁଙ୍କ ଜୀବନାଦର୍ଶ ସଂପର୍କରେ ଆଲୋକପାତ କରିଥିଲେ। ପ୍ରାକ୍ତନ ଶିକ୍ଷକ ବିଭୂତି ଭୂଷଣ ଶତପଥୀ,ବନଲତା ଷଡଙ୍ଗୀ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁ, ସରପଞ୍ଚ କଳ୍ପନା ଛତାର, ମହାନଦୀ ମହାବିଦ୍ୟାଳୟ ଅଧ୍ୟକ୍ଷ ବିକାଶ କୁମାର ଖଟୁଆ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ବିଭିନ୍ନ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ବରିଷ୍ଠ ଶିକ୍ଷକ ଶିବ ପ୍ରସାଦ ପତି, ସୁକାନ୍ତ କୁମାର ନାୟକ, ହେମନ୍ତ କୁମାର ସାହୁ, ସୁପ୍ରିୟା ପ୍ରିୟଦର୍ଶିନୀ, ସୁଜାତା ସାହୁ , ଇପସିତା ସାହୁ, ପ୍ରଶାନ୍ତ କୁମାର ରାଉତ, ଶ୍ରୀବତ୍ସପାଣି, ରଶ୍ମିତା ରାଉତ ପ୍ରମୁଖ ଉପସ୍ଥିତ ରହି ସକି୍ରୟ ଅଂଶଗ୍ରହଣ କରିଥିଲେ ।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories