ଭୁବନେଶ୍ୱର: ଓଡ଼ିଶାର ୧୨ଟି ଜିଲାକୁ ଆଜି କାଳବୈଶାଖୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସତର୍କ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ମୁଖ୍ୟ ଏଚ ଆର ବିଶ୍ୱାସ କହିଛନ୍ତି, ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବରଗଡ, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ନରବରଙ୍ଗପୁର, କୋରାପୁଟ ଆଦି ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହିସବୁ ଜିଲାର ଜିଲାପାଳମାନଙ୍କୁ ସରକାରଙ୍କ ପକ୍ଷରୁ ସତର୍କ କରାଇ ଦିଆଯାଇଛି।
Popular Categories



