www.samajalive.in
Saturday, December 6, 2025
14.1 C
Bhubaneswar

ସାପ କାମୁଡ଼ାରେ ଶିଶୁ ମୃତ

କଳାବାଡିଆ : ବାଙ୍ଗିରିପୋଷି ଥାନା ଅଞ୍ଚଳରେ ଜଣେ ନଅ ବର୍ଷର ଶିଶୁପୁତ୍ର ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଥିବା ଭଳି ଦୁଃଖଦ ଘଟଣା ଘଟିଛି । ମୃତ ଶିଶୁପୁତ୍ର ନିଶ୍ଚିନ୍ତା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୋଳାଗାଡ଼ିଆ ଗ୍ରାମର ବୁନୁ ହାଁସଦାଙ୍କ ପୁଅ ବିଦେନ ହାଁସଦା (୯)।
ପରିବାର ଲୋକଙ୍କ ସୂଚନା ଅନୁସାରେ, ଗତ ବୁଧୁବାର ରାତିରେ ବିଦେନ ପରିବାର ଲୋକଙ୍କ ସହ ତଳେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ ତାକୁ କାମୁଡି ଦେଇଥିଲା । ପରିବାର ଲୋକେ ଘଟଣା ବିଷୟରେ ଜାଣି ଗୁରୁବାର ସକାଳୁ ତାକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଖବର ପାଇ ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ପାଇଁ ବାରିପଦା ପିଆରଏମ ମେଡିକାଲ କଲେଜକୁ ପଠାଇଛି। ଏଥିନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories