www.samajalive.in
Sunday, December 7, 2025
26.1 C
Bhubaneswar

ଜୁନ୍ ପହିଲା ଯାଏ କାଳବୈଶାଖୀ

ଭୁବନେଶ୍ବର : ପଶ୍ଚିମାଞ୍ଚଳର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ହ୍ରାସ ପାଇଛି। ସମ୍ବଲପୁର ଏବଂ ବୌଦ୍ଧରେ ପାରଦ ୪୨.୨ ଡିଗ୍ରୀ ରେକର୍ଡ ହୋଇଥିବାରୁ ଉଭୟ ସହର ସବୁଠୁ ଅଧିକ ଉତ୍ତପ୍ତ ରହିଥିଲା। ୧୦ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। ଝାରସୁଗୁଡ଼ା ୪୧.୮, ସୁନ୍ଦରଗଡ଼ ୪୧.୨, ହୀରାକୁଦ ୪୧.୧, ଭବାନୀପାଟଣା ୪୦, ଟିଟିଲାଗଡ଼ ୪୦.୬, ସୁବର୍ଣ୍ଣପୁର ୪୧.୫, ବରଗଡ଼ ୪୧.୫, ନୂଆପଡ଼ା ୪୦, ଭୁବନେଶ୍ବର ଏବଂ କଟକରେ ୩୭.୨ ଡିଗ୍ରୀ ଲେଖାଏଁ ରହିଛି। ଜୁନ ପହିଲା ପର୍ଯ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଏବଂ ଭଦ୍ରକ ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୫ଦିନ ପର୍ଯ୍ୟନ୍ତ କେତେକ ଅଞ୍ଚଳରେ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇପାରେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories