www.samajalive.in
Saturday, December 6, 2025
15.1 C
Bhubaneswar

ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ ; ୧ ମୃତ, ୧ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଉତ୍କେଲା ବଙ୍ଗଳା ଛକ ନିକଟରେ ସୋମବାର ଏକ ବାଇକ ଭାରାସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି। ଏହି ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ସଦର ଥାନା ଅନ୍ତର୍ଗତ ଥୁଆପଦର ଗାଁର ଆଦିତ୍ୟ ମାଝୀ ହୋଇଥିବା ବେଳେ ଗୁରୁତର ବ୍ୟକ୍ତି ଜଣଙ୍କ ଖଜୁରୀପଡା ଗାଁର ମନୋଜ ମାଝୀ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଆଦିତ୍ୟ ଓ ମନୋଜ ଭବାନୀପାଟଣାରୁ ବାଇକଯୋଗେ କେସିଙ୍ଗା ଯାଉଥିବା ବେଳେ ଉତ୍କେଲା ବଙ୍ଗଳା ଛକ ନିକଟରେ କୌଣସି କାରଣରୁ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଦୁଇ ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ହେଲେ ଚିକିତ୍ସାଧୀନ ଅବସ୍ଥାରେରେ ବାଇକ ଚାଳକ ଆଦିତ୍ୟ ମାଝୀଙ୍କ ମୃତ୍ୟ ହୋଇଥିବା ବେଳେ ଗୁରୁତର ମନୋଜ ମାଝୀଙ୍କ ଚିକିତ୍ସା ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories