www.samajalive.in
Tuesday, December 9, 2025
16.1 C
Bhubaneswar

ପୂର୍ବତନ ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ

କେସିଙ୍ଗା : ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଧାୟକ ଧନେଶ୍ୱର ମାଝୀଙ୍କ ୮୪ବର୍ଷ ବୟସରେ ଆଜି ପରଲୋକ ହୋଇଛି। କଳାହାଣ୍ଡି ଜିଲା କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ବୁଧବାର ସକାଳେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକ ତାଙ୍କୁ କେସିଙ୍ଗା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଛାତ୍ର ଜୀବନରୁ ରାଜନୀତି ପ୍ରତି ରୁଚି ରଖିଥିବା ଧନେଶ୍ୱର ୧୯୪୧ ମସିହା ଜୁଲାଇ ୫ତାରିଖରେ ଜନ୍ମଗ୍ରହଣ କରିଥିଲେ। ଧନେଶ୍ୱର ୧୯୭୮ରୁ ୧୯୮୪ମସିହା ପର୍ଯ୍ୟନ୍ତ ରାଜ୍ୟସଭାର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ନର୍ଲା ଏବଂ କେସିଙ୍ଗା ବିଧାନସଭା ଆସନରୁ ପାଞ୍ଚ ଥର ବିଧାୟକ ହୋଇଥିଲେ। ୧୯୭୧, ୧୯୭୪, ୨୦୦୦, ୨୦୦୪, ୨୦୧୪ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ନିକଟରେ ସେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। ଧନେଶ୍ୱରଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories