www.samajalive.in
Sunday, December 7, 2025
14.1 C
Bhubaneswar

ଟ୍ରକ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ: ଜଣେ ମୃତ, ଦୁଇ ଗୁରୁତର

ଧର୍ମଗଡ: କଳାହାଣ୍ଡି ଜିଲ୍ଲା ମଥୁରାଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।  ଟ୍ରକ୍ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ କିଛି ଲୋକ ଜଣେ ରୋଗୀଙ୍କୁ ନେଇ ବୋଲେରୋ ଯୋଗେ ଡାକ୍ତରଖାନା ଯାଉଥିଲେ। ହେଲେ ମଥୁରା ଛକ ନିକଟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ବୋଲେରୋରୁ ଧକ୍କା ଦେଇଥିଲା। ପରେ ବୋଲେରୋଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ବୋଲେରୋରେ ଥିବା ସମସ୍ତ ସଦସ୍ୟ ଗାଡ଼ି ଭିତରେ ଚାପି ହୋଇ ରହି ଯାଇଥିଲେ। ଫଳରେ ଘଟଣାସ୍ଥଳରେ ବୋଲେରୋ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିଲା। ଏବଂ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲ​‌ରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ପୁଲିସ୍ ଘଟଣାସ୍ତଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories