www.samajalive.in
Tuesday, December 9, 2025
16.1 C
Bhubaneswar

ବୋଲେରୋ-ଟ୍ରକ୍ ଧକ୍କା: ୪ ଆହତ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଟିଟଲାଗଡ ଛକ ନିକଟରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଛତିଶଗଡରୁ କିଛି ଯୁବକ ଏକ ବୋଲେରୋ ଯୋଗେ ହୀରାକୁଦ ବୁଲିବାକୁ ଆସିଥିଲେ। ମାତ୍ର ଏନଏଚ୍ ୨୬ ଟିଟଲାଗଡ ଛକ ନିକଟରେ ବିପରୀତ ଦିଗରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବୋଲେରୋରେ ଥିବା ୪ ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories