www.samajalive.in
Saturday, December 6, 2025
14.1 C
Bhubaneswar

ଭାଲୁ ଆକ୍ରମଣରେ ମହିଳା ମୃତ

କଳାହାଣ୍ଡି : ଭାଲୁ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ବୁଧବାର ଖବର ମିଳିଛି। ଏଭଳି ଅଘଟଣ କଳାହାଣ୍ଡି ଜିଲା ଆମପାଣି ଫରେଷ୍ଟ ଅଞ୍ଚଳ ବରାଡଙ୍ଗା ଗାଁରେ ଘଟିଛି। ମୃତ ମହିଳା ପାତ୍ରବସା ଗାଁର ବୋଲି ଜଣାପଡିଛି। ଆଜି ଭୋରରୁ ମହିଳା ଜଣକ ଶୌଚ ହେବା ପାଇଁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ମହିଳା ଜଣକ ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ଜଙ୍ଗଲରୁ ତାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର କରିଥିଲେ। ଭାଲୁ ଆକ୍ରମଣ କାରଣରୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି। ଖବର ପାଇ ବନ ବିଭାଗ ଅଧିକାରୀ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories