www.samajalive.in
Monday, December 8, 2025
14.1 C
Bhubaneswar

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ; ଦୋଳାରେ ବୁହା ହେଲେ ରୋଗୀ

କଳାହାଣ୍ଡି : ଗାଁର ରାସ୍ତା ଅବସ୍ଥା ଶୋଚନୀୟ ହେତୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରବିବାର ଜଣେ ରୋଗୀ ଦୋଳାରେ ବୁହା ହୋଇଥିବା ଜଣାପଡ଼ିଛି। ଏଭଳି ଏକ ଘଟଣା କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତର ଟେକରତଲା ଗାଁରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଟେକରତଲା ଗାଁର ଗୋପାଳ ଗଉଡ଼ଙ୍କ ସ୍ୱାସ୍ଥ୍ୟ ଅବସ୍ଥାଖରାପ ହେବାରୁ ଆମ୍ବୁଲାନ୍ସକୁ ଫୋନ କରିଥିଲେ। ମାତ୍ର ଝିପି ଝିପି ବର୍ଷା ଲାଗି ରହିଥିବାରୁ ଏହି ଗ୍ରାମର ମାଟି ରାସ୍ତା ଅବସ୍ଥା ଖରାପ ଥିବାରୁ ଆମ୍ବୁଲାନ୍ସ ଆସିପାରିନଥିଲା। ଅନ୍ୟ କୌଣସି ଉପାୟ ନଥିବାରୁ ପରିବାର ଲୋକେ ଏକ ଖଟିଆରେ ରାମଚନ୍ଦ୍ରପୁର ପର୍ଯ୍ୟନ୍ତ ଗୋପାଳଙ୍କୁ ନେବା ପରେ ସେଠାରୁ ଆମ୍ବୁଲାନ୍ସ ଯୋଗେ ନର୍ଲା ଓ ପରେ ଭବାନୀପାଟଣା ଡ଼ାକ୍ତରଖାନାକୁ ନିଆଯାଇଛି। ଗ୍ରାମାଞ୍ଚଳରେ ଗମନାଗମନ ପାଇଁ ସରକାର ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ତାହା ଦୁର୍ଗମ ଅଞ୍ଚଳରେ ବାଟବଣା ହେଉଥିବା ଯୋଗୁ ଏପରି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories