www.samajalive.in
Saturday, December 13, 2025
21.1 C
Bhubaneswar

କୁଲେଇଜୋର ନିକଟରେ ବାଇକ ଦୁର୍ଘଟଣା; ଦୁଇ ଗୁରୁତର

କଲମପୁର: କଲମପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର ବୁଲାଣି ନିକଟରେ ଏକ ବାଇକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ଜଣ ଯୁବକ ଗୁରୁତର ଭାବେ ଆହତ ହେଇଛନ୍ତି । ସ୍ଥାନୀୟ ଲୋକଙ୍କ ସୂଚନା ପାଇବା ପରେ କଲମପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରଥାମିକ ଚିକିତ୍ସା ପରେ ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଦୁଇ ଜଣ ଯୁବକ ଥୁଆମୂଳ ରାମପୁର ବ୍ଲକ ଅଧିନସ୍ଥ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ପୋଖରୀଗୁଡାର ହରିଶଙ୍କର ଓ ଜଗୁ ବୋଲି ସୂଚନା ମିଳିଛି ।

ସେମାନେ କଲମପୁର ପଟରୁ ନିଜ ଗାଁକୁ ଫେରୁଥିଲେ । ଗାଡିର ଗତି ନିୟନ୍ତ୍ରଣ କରିନପାରି ରାସ୍ତାକଡରେ ଥିବା ଲୁହା ରେଲିଂରେ ପିଟି ହେଇ ଦୁର୍ଘଟଣାର ଶିକାର ହେଇଛନ୍ତି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ଥାନୀୟ ପୁଲିସ ଫାଣ୍ଡି ଅଧିକାରୀ ଡୋଳାମଣି ବିଶି ପହଂଚି ଆହତ ଦ୍ୱୟଙ୍କ ଅବସ୍ଥା ବୁଝିଥିଲେ ।
ସୂଚନାଯୋଗ୍ୟଯେ, କଲମପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାର କୁଲେଇଜୋର ନିକଟରେ ଥିବା ବୁଲାଣିରେ ରିତିମତ ଛୋଟ ବଡ ଦୁର୍ଘଟଣା ଘଟୁଛି । ଏହାସହ ରାସ୍ତା କଡରେ ଦିଆଯାଇଥିବା ଲୁହା ରେଲିଂ ଗାଡି ଚାଳକଙ୍କ ପାଇଁ ବିପଦ ସୃଷ୍ଟି କରୁଛି । ରାସ୍ତା ନିର୍ମାଣ ଦାୟିତ୍ୱରେ ଥିବା ପୂର୍ତ୍ତ ବିଭାଗର ଭୁଲ ନକ୍ସା ଯୋଗୁଁ ଏଭଳି ଦୁର୍ଘଟଣା ଘଟୁଥିବା ସାଧାରଣରେ ଆଲୋଚନା ହେଉଛି ।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories