www.samajalive.in
Sunday, December 7, 2025
14.1 C
Bhubaneswar

ନୂତନ ପିଇଓଙ୍କୁ ନେଇ ସମୀକ୍ଷା ବୈଠକ

କଲମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଯୋଗଦେଇଥିବା ନିଯୁକ୍ତ ନୂତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୁଧବାର ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ଭାରପ୍ରାପ୍ତ ବିଡିଓ ଶ୍ରୀ ଭରତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ବିଡିଓଙ୍କ ପ୍ରକୋଷ୍ଠରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ନୂତନ ଭାବେ ଯୋଗଦେଇଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ମାନେ ଯୋଗ ଦେଇଥିଲେ ।

ଏହି ବୈଠକରେ ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଥିବା ପିଇଓଙ୍କ ପରିଚୟ ପ୍ରଦାନ କାର୍ଯ୍ୟକ୍ରମ ପରେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଶ୍ରୀ ସାଲକୋ ହେମ୍ବ୍ରମ, ସହକାରୀ ଯନ୍ତ୍ରୀ ଭାବେ ଦାୟିତ୍ୱରେ ଥିବା ଶ୍ରୀ ବାଞ୍ଛାବଟ ପାଣ୍ଡେ, ଜିପିଇଓ ଶ୍ରୀ ଜ୍ଞାନ ରଞ୍ଜନ ଭୋଇ ଏବଂ ମନରେଗା ଏପିଓ ଶ୍ରୀ ଅଶୋକ ମୁଦି ବ୍ଲକ ତଥା ଗ୍ରାମ ପଞ୍ଚାୟତ ମାନଙ୍କରେ ଆବାସ ଯୋଜନା ଏବଂ ମନରେଗା ସମେତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପରିଚାଳନା ନେଇ ବୈଠକରେ ଆଲୋଚନା ହୋଇଥିଲା । ଏସବୁ କାର୍ଯ୍ୟ ଗୁଡିକର ଉଚିତ ତଦାରଖ କରିବା ସହିତ ପାନୀୟଜଳ ଯୋଗାଣ, ଭତ୍ତା ଏସବୁ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ପଡିବ ବୋଲି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଉପସ୍ଥିତ ଥିଲେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories