www.samajalive.in
Monday, December 15, 2025
15.1 C
Bhubaneswar

କଂଗ୍ରେସ ଛାଡି ବିଜେଡିରେ ସାମିଲ ଅସନ୍ତୁଷ୍ଟ କର୍ମୀ

କଲମପୁର: କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ କଂଗ୍ରେସର ୧୭ ସକ୍ରିୟ କର୍ମୀ ଦଳ ଛାଡି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ଅଞ୍ଚଳର ରାଜନୀତି ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ଲାଞ୍ଜିଗଡ ନିର୍ବାଚନ ମଣ୍ଡଳୀ ଅଧିନ ଜୟପାଟଣା ସ୍ଥିତ ବିଜେଡି କାର୍ଯ୍ୟାଳୟରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଉପସ୍ଥିତିରେ ଆଜି ଏନେଇ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଥୁଆମୂଳ ରାମପୁର ବ୍ଲକର କଂଗ୍ରେସ ନେତ୍ରୀ ତଥା ଥୁଆମୂଳ ରାମପୁର ପଂଚାୟତ ସମିତି ସଭ୍ୟା ପୁଷ୍ପାଞ୍ଜଳି ନାଏକ, ପୂର୍ବତନ କଂଗ୍ରେସ ଜିଲ୍ଲା ସଂପାଦକ କୃଷ୍ଣଚନ୍ଦ୍ର ନାଏକ, ପୂର୍ବତନ ବ୍ଳକ ସଭାପତି ସବିର କୁମାର ଧଙ୍ଗଡାମାଝୀ ଏବଂ ବ୍ଲକ ଏସସି ସେଲ୍ ସଭାପତି ରାମେଶ୍ୱର ନାଏକଙ୍କ ସମେତ ଅନେକ କଂଗ୍ରେସ କର୍ମୀ ସାମିଲ ରହିଛନ୍ତି। ଏହି ମିଶ୍ରଣ ପର୍ବରେ ଥୁଆମୂଳ ରାମପୁର ଅଞ୍ଚଳର ବରିଷ୍ଠ ନେତା ମାଣିକ୍ୟ ଚନ୍ଦ୍ର ନାଏକଙ୍କ ସମେ ଜୟପାଟଣା ବ୍ଲକର ଦିଲିପ କୁମାର ରାଉତ, ସତ୍ୟ ନାରାୟଣ ଅଗ୍ରୱାଲ ପ୍ରମୁଖ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories