www.samajalive.in
Saturday, December 6, 2025
26.1 C
Bhubaneswar

ବାଇକ୍‌ ଦୁର୍ଘଟଣା; ଜଣେ ମୃତ, ଦୁଇ ଗୁରୁତର

କଲମପୁର: ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ନିକଟରେ ବାଇକ୍‌ ଦୁର୍ଘଟଣା ଘଟିଛି । ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣକର ମୃତ୍ୟୁ ହେଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହେଇଛନ୍ତି । ଗୁରୁତର ଭାବେ ଆହତ ଥିବା ଦୁଇ ଜଣଙ୍କୁ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଅନୁସାରେ ଦୁଲକିବନ୍ଧ ଗ୍ରାମର ତିଲ ରାଉତ ନାମକ ଜଣେ ବ୍ୟକ୍ତି ନିଜ ୪ ବର୍ଷର ଶିଶୁପୁତ୍ର ସିଦ୍ଧୁକୁ ଡାକ୍ତରଙ୍କୁ ଦେଖାଇ ଜୟପାଟଣା ପଟରୁ ନିଜ ଘରକୁ ଫେରୁଥିବା ବେଳେ ବିପରିତ ଦିଗରୁ ଅନ୍ୟ ଏକ ବାଇକରେ ପିଙ୍କୁ ଶବର ନାମକ ଜଣେ ବ୍ୟକ୍ତି ବିଜମରା ଠାରେ ଥିବା ନିଜ ଘରକୁ ଫେରୁଥିଲେ । କୌଣସି କାରଣରୁ ଦୁଇ ଜଣଙ୍କ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ଟି ବାଇକରେ ଥିବା ତିନି ଜଣ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ହିଁ ତିଲଙ୍କ ମୃତ୍ୟୁ ହେଇଥିଲା । ଶିଶୁ ସିଦ୍ଧୁ ଏବଂ ପିଙ୍କୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଜୟପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରବର୍ତ୍ତୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ମୃତ ତିଲ ରାଉତର ଶବକୁ ଜୟପାଟଣା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ସଂରକ୍ଷିତ ରଖାଯାଇଛି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories