www.samajalive.in
Saturday, December 6, 2025
14.1 C
Bhubaneswar

ମହୁମାଛି ଆକ୍ରମଣରେ ଦୁଇ ଗୁରୁତର

କଲମପୁର : କଲମପୁର ବ୍ଲକ ଅନ୍ତର୍ଗତ ଦୁଲକିବନ୍ଧ ଏବଂ ଚୁରାଗାଁ ଠାରେ ମହୁମାଛି ଆକ୍ରମଣରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ଦୁଲକିବନ୍ଧ ଗୌନ୍ତିଆ ପଡା ଛକ ନିକଟରେ ଏକ ଗଛରେ ଥିବା ମହୁମାଛି ଉଡ଼ି ବୁଲି ବହୁ ଲୋକଙ୍କୁ ଆକ୍ରମଣ କରିଥିଲା । ଏହି ସମୟରେ ଦୁଲକିବନ୍ଧ ଗ୍ରାମର ଡମ୍ବରୁଧର ନାଏକ ଏକ ବାଇକ୍ ଯୋଗେ ଆସି ଛକ ନିକଟରେ ଛିଡା ହୋଇ ଥିବା ବେଳେ କିଛି ମହୁମାଛି ଆସି ଆକ୍ରମଣ କରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା କରାଯାଇଥିଲା। ଏହାର ପରବର୍ତ୍ତୀ ସମୟରେ ଚୁରାଗାଁର ପର୍ଶୁରାମ ରାଉତ ନାମକ ବ୍ୟକ୍ତି ଜାଳେଣି ସଂଗ୍ରହ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ମହୁମାଛି ଆକ୍ରମଣର ଶିକାରହୋଇ ଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଯୋଗେ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories