www.samajalive.in
Saturday, December 6, 2025
19.1 C
Bhubaneswar

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଗୁରୁତର

କଲମପୁର: ଜୁନାଗଡ଼ ବ୍ଲକ ଦାସିଗାଁ ପଂଚାୟତ ଅଧିନସ୍ଥ ବାନ୍ଧନପଲା ଗ୍ରାମରେ ବିଷାକ୍ତ ଛତୁ ଖାଇ ବୁଧବାର ଗୋଟିଏ ପରିବାରର ୨ ଶିଶୁଙ୍କ ସମେତ ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗ୍ରାମର ୫୦ ବର୍ଷିୟ ରାଜ ବଗର୍ତିଙ୍କ ସମେତ ତାଙ୍କ ପୁଅ, ବୋହୁ କୁମୁଦିନୀ ଏହଂ ଦୁଇ ଶିଶୁ ଯଜ୍ଞତା ଏବଂ ରୋଶନ ଗତ ରାତିରେ କିଛି ବିଷାକ୍ତ ଛତୁର ତରକାରୀ ଖାଇଥିଲେ। ରାତିରେ ଶୋଇଥିବା ପରେ ଜଣକ ପରେ ଜଣେ ଏପରି ପରିବାରର ୫ ଜଣ ବାନ୍ତି କରି ଗୁରୁତର ଭାବେ ଅସୁସ୍ଥ ହୋଇ ପଡ଼ିଥିଲେ। ବୁଧବାର ସକାଳୁ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବର୍ତମାନ ସେମାନଙ୍କ ଚିକିତ୍ସା ଜାରି ରହିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories